ନୂଆଦିଲ୍ଲୀ : ରୁଷ-ୟୁକ୍ରେନ ମଧ୍ୟରେ ଘୋମାଘୋଟ ଲଢେଇ ଜାରି ରହିଛି । ଏହି ଯୁଦ୍ଧ ଭିତରେ ପୂର୍ବରୁ ୟୁକ୍ରେନରେ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା । ଏବେ ପୁଣି ୟୁକ୍ରେନର ରାଜଧାନୀ କିଭରେ ଆଉ ଜଣେ ଭାରତୀୟ ଛାତ୍ରଙ୍କୁ ଗୁଳିମାଡ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ରାଜ୍ୟ ମନ୍ତ୍ରୀ ଜେନେରାଲ ଭି.କେ ସିଂ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ, ୟୁକ୍ରେନ ରାଜଧାନୀ କିଭର ଜଣେ ଭାରତୀୟ ଛାତ୍ର ଗୁଳି ମାଡର ଶିକାର ହୋଇଛନ୍ତି । ତେବେ ତାଙ୍କୁ ତୁରନ୍ତ କିଭ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ପୂର୍ବରୁ ଜଣେ ଭାରତୀୟ ଛାତ୍ରଙ୍କର ମୃତ୍ୟୁ ଘଟିଥିଲା ।