ବିଜେପି ସାଂସଦଙ୍କ ସନ୍ଦେହଜନକ ମୃତ

ନୂଆଦିଲ୍ଲୀ,(ଏସ୍ ନ୍ୟୁଜ) : ବିଜେପି ସାଂସଦ ରାମସ୍ୱରୂପ ଶର୍ମାଙ୍କ ମୃତଦେହ ମିଳିଛି । ତେବେ ସାଂସଦ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଦିଲ୍ଲୀ ଗୋମତି ଆପାର୍ଟମେଣ୍ଟରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତେବେ ସାଂସଦଙ୍କ ମୃତ୍ୟୁ ପରେ ବିଜେପିର ଆଜିର ସର୍ବଦଳୀୟ ସଂସଦୀୟ ଦଳ ବୈଠକକୁ ରଦ୍ଦ କରାଯାଇଛି । ସୂଚନାଯୋଗ୍ୟ ଯେ, ଶ୍ରୀ ଶର୍ମା ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ କ୍ଷେତ୍ରରୁ ବିଜେପି ଟିକେଟରେ ନିର୍ବାଚିତ ହୋଇଥିଲେ । ପୋଲିସ ଶବ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।