ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,(ଏସ୍ ନ୍ୟୁଜ): ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହୋଇପାରେ। କେତେକ ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆକଳନ ଅନୁଯାୟୀ, ୧୧ ଓ ୧୨ ତାରିଖରେ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଭଦ୍ରକ ଏବଂ ୧୩ ଓ ୧୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବ । ବାକି ଜିଲ୍ଲାଗୁଡ଼ିକର ପାଗ ମୁଖ୍ୟତଃ ଶୁଖିଲା ରହିବ । ୧୫ ତାରିଖରେ ପାଗରେ ସାମାନ୍ୟ ପରିବର୍ତନ ଆସିବ । ଏହି ସମୟରେ ଦିନ ଓ ରାତିର ତାପମାତ୍ରାରେ ସେଭଳି କୌଣସି ପରିବର୍ତନ ହେବ ନାହିଁ ।