ଗଂଜାମ ଜିଲ୍ଲା ଧାନ ବିଲରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କ ସହ କଲେ ଫସଲ କ୍ଷୟକ୍ଷତିର ସମୀକ୍ଷା

ଗଞ୍ଜାମ/ପୁରୁଷୋତ୍ତମପୁର(ସାକ୍‌ସୀ ନ୍ୟୁଜ୍‌): ବାତ୍ୟାଜନିତ କ୍ଷୟକ୍ଷତିର ଆକଳନ ପାଇଁ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକର ହାଣ୍ଡିଘର ଗ୍ରାମରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠାରେ ଧାନ ବିଲକୁ ଯାଇ ବାତ୍ୟା ଯୋଗୁଁ ହୋଇଥିବା ଫସଲ କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଥିଲେ। ଏଥିସହ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରି ସେମାନଙ୍କ ସମସ୍ୟା ଓ କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଥିଲେ।

ଏହି ଅବସରରେ ଜିଲ୍ଲା ପ୍ରଶାସନକୁ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବାକୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଥିଲେ ।