କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ସେ ନିଜ ଟୁଇଟ କରି ସୂଚନା ଦେଇଛନ୍ତି। ଟୁଇଟରେ ଲେଖାଯାଇଛି ଯେ, ସାମାନ୍ୟ ଲକ୍ଷଣ ଅନୁଭବ କରିବା ପରେ ମୁଁ  ପରୀକ୍ଷା କରାଇଲି। ଏବେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଯେଉଁମାନେ କିଛି ଦିନ ମଧ୍ୟରେ ମୋ ସହିତ ଯୋଗାଯୋଗରେ ଥିଲେ, ଦୟାକରି ସମସ୍ତ ସୁରକ୍ଷା ପ୍ରୋଟୋକଲ୍ ଅନୁସରଣ କରନ୍ତୁ ଏବଂ ସୁରକ୍ଷିତ ରହନ୍ତୁ।

କିଛି ସମୟ ପୂର୍ବରୁ ମୁଖ୍ୟ ନିର୍ବାଚନ କମିସନର ସୁଶୀଲ ଚନ୍ଦ୍ରା  ଓ ନିର୍ବାଚନ କମିସନର ରାଜୀବ କୁମାର କରୋନା ସଂକ୍ରମିତ ହୋଇଥିବା ଖବର ମିଳିଥିଲା।