ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ପାର-shaksi news

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି ।ବର୍ଦ୍ଧିତ ସଂଖ୍ୟାକୁ ନେଇ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫ ହଜାର ୫୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୬ ଜଣଙ୍କ ମୃତ୍ୟୁ ହୋଇଛି ।

ସମଗ୍ର ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୮ ହଜାର ୬୪୮କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୩୪ ହଜାର ୯୬୫ କୁ ବୃଦ୍ଧି ପାଇଛି ।ଅନ୍ୟପଟେ ଦେଶରେ ୪ ଲକ୍ଷ ୨୨ ହଜାର ୯୪୩ ଜଣ ଚିକିତ୍ସିତ ହେଉଥିବା ବେଳେ ୮୯ ଲକ୍ଷ ୭୩ ହଜାର ୩୭୩ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।