ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ ଲକ୍ଷ ପାର୍

ନୂଆଦିଲ୍ଲୀ: ଦିନକୁ ଦିିନ ବଢ଼ି ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ନୂଆ ୪୫ ହଜାର ୧୪୯ ଆକ୍ରାନ୍ତ ଚିହ୍ନଟ ହେବା ପରେ ଦେଶରେ ସମୁଦ‌ାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୯ ଲକ୍ଷ ୯ ହଜାର ୯୬୦ ଛୁଇଁଛି।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୮୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୯ ହଜାର ୧୦୫ ଜଣ ସୁସ୍ଥ ହୋଇଥିବା ସୂଚନା ରହିଛି।କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୯ ହଜାର ୧୪ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛିି।

ଦେଶରେ ମୋଟ ୭୧ ଲକ୍ଷ ୩୧ ହଜାର ୨୨୨୯ ଜଣ ଆକ୍ର‌ାନ୍ତ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ଅଛନ୍ତି ୬ ଲକ୍ଷ ୫୩ ହଜାର ୭୧୭ ଜଣ।