ଦେଶରେ ଦିନକରେ ୩୭,୯୭୫ଜଣ କରୋନା ଆକ୍ରାନ୍ତ, ୪୮୦ମୃତ-shaksi news

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ପ୍ରାୟ ୩୭ ହଜାର ୯୭୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୮୦ ଜଣ ମୃତ୍ୟୁବରଣ କରିଛନ୍ତି। ଏହାକୁ ଏହା ସହ ଦେଶରେ ୨୪ଘଣ୍ଟାରେ ୪୨,୩୧୪ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।

ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୯୧,୭୭,୮୪୧ରେ ପହଞ୍ଚିଛି । ଏହା ମଧ୍ୟରୁ ୪,୩୮,୬୬୭ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୩୪,୨୧୮ କୁ ବୃଦ୍ଧି ପାଇଛି । ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୮୬,୦୪,୯୫୫ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି।

ଦେଶରେ କରୋନା ସଂକ୍ରମଣ କମୁଥିବାବେଳେ ଆଗାମୀ ଦିନରେ ସଂକ୍ରମଣର ୨ୟ ଲହରୀ ଆସିବାର ଆଶଙ୍କା କରୁଛନ୍ତି ବିଶେଷଜ୍ଞ ଓ ସରକାର । ଏ ନେଇ ଲୋକଙ୍କୁ ସତର୍କ ରହିବା ସହ କରୋନା ପ୍ରୋଟୋକଲ ମାନି ଚଳିବା ପାଇଁ କୁହାଯାଉଛି।