ଦେଶରେ ୪୪ ହଜାର ୩୭୬ ନୂଆ ଆକ୍ରାନ୍ତ ଚିହ୍ନଟ-shaksi news

ନୂଆଦିଲ୍ଲୀ: ଦେଶରେ ପୁଣି ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ। ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୪ ହଜାର ୬୯୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୩୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଲକ୍ଷ ୨୨ ହଜାର ୨୧୭କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୪୪ ହଜାର ୭୪୬ ଜଣ ଚିକିତ୍ସିତ ହେଉଥିବା ବେଳେ ୮୬ ଲକ୍ଷ ୪୨ ହଜାର ୭୭୧ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

two × 3 =