ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୭୩ ଲକ୍ଷ ପାର

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ନୂଆ ୬୭, ୭୦୮ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ୬୮୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୦୭ ହଜାର ୦୯୭କୁ ବୃଦ୍ଧି ପାଇଛି । ଏହାକୁ ନେଇ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୧ ହଜାର ୨୬୬ କୁ ବୃଦ୍ଧି ପାଇଛି ।

ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୧ ହଜାର ୨୬୬ରେ ପହଞ୍ଚିଛି। ଏମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୭ହଜାର ୯୮କୁ ବୃଦ୍ଧି ପାଇଛି। ୮,୧୨,୩୯୦ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୬୩,୮୩,୪୪୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।