କରୋନା ସଂକ୍ରମଣରେ ଖୋର୍ଦ୍ଧାକୁ ଟପିଲା ଅନୁଗୋଳ


ଭୁବନେଶ୍ୱର(ଏସ ନ୍ୟୁଜ ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟ‌ରେ ନୂଆ ୧୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ସମ୍ବଲପୁର, ବରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ନୂଆ ୧୪୮୦ କରୋନା ପଜିଟିଭ୍‌ ଚିହ୍ନଟଙ୍କ ମଧ୍ୟରୁ ୮୫୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୨୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୩୦ଟି ଜିଲ୍ଲାରୁ ଚିହ୍ନଟ ମଧ୍ୟରୁ ସର୍ବାଧିକ ଅନୁଗୁଳରୁ ୧୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୮୪, ବରଗଡ଼ରୁ ୪୯, ଭଦ୍ରକରୁ ୨୪, ବଲାଙ୍ଗୀରରୁ ୪୪, ବୌଦ୍ଧରୁ ୧୨, କଟକରୁ ୧୦୬, ଦେବଗଡ଼ରୁ ୧୧, ଢେଙ୍କାନନାଳରୁ ୨୫, ଗଜପତିରୁ ୬, ଗଞ୍ଜାମରୁ ୨୦, ଜଗତ୍‌ସିଂହପୁରରୁ ୭୨, ଯାଜପୁରରୁ ୫୬, ଝାରସୁଗୁଡ଼ାରୁ ୫୦, କଳାହାଣ୍ଡିରୁ ୨୪, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୮୭, ଖୋର୍ଦ୍ଧାରୁ ୧୧୦, କୋରାପୁଟରୁ ୩୯, ମାଲକାନଗିରିରୁ ୨୩, ମୟୂରଭଞ୍ଜରୁ ୧୧୩, ନବରଙ୍ଗପୁରରୁ ୪୦, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୪୪, ପୁରୀରୁ ୪୭, ରାୟଗଡ଼ାରୁ ୮, ସମ୍ବଲପୁରରୁ ୨୯, ସୋନପୁରରୁ ୧୪, ସୁନ୍ଦରଗଡ଼ରୁ ୯୦ ଓ ଷ୍ଟେଟ୍‌ପୁଲ୍‌ରୁ ୨୬ ଜଣ ଚିହ୍ନଟ ହୋଇଛନ୍ତିି।

ଏହି ଆକ୍ରାନ୍ତଙ୍କ ମଧ୍ୟରେ ସବୁଠୁ ଅଧିକ ଅଛନ୍ତି ଅନୁଗୋଳ ଜିଲ୍ଲାରେ। ଏହି ଜିଲ୍ଲାରୁ ୧୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ବହୁତ ଦିନ ହୋଇଗଲାଣି ଏହି ତାଲିକାର ଶୀର୍ଷରେ ଖୋର୍ଦ୍ଧା ରହିଆସୁଥିବା ବେଳେ ଆଜି ଏହା ୩ ନମ୍ବରକୁ ଖସି ଆସିଛି। ଆଜିର ରିପୋର୍ଟ ଅନୁଯାୟୀ, ଖୋର୍ଦ୍ଧାରେ ୧୧୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।