କରେନା ସଂକ୍ରମଣରେ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଏସ୍‌ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ବି ମୃତ୍ୟୁ ସଂଖ୍ୟାରେ ଜମା ବ୍ରେକ ଲାଗୁନି । ପ୍ରତିଦିନ ମୃତ୍ୟୁ ସଂଖ୍ୟା ୬୦ ଉପରେ ରହୁଛ଼ି । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୫୭୪କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୨ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡରୁ ୧୦, କେନ୍ଦୁଝରରୁ ୪, ଯାଜପୁରରୁ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ପୁରୀରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।