୨୪ ଘଣ୍ଟାରେ ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, (ଏସ୍‌ ନ୍ୟୁଜ): ରାଜ୍ୟରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ । ରାଜ୍ୟରେ କରୋନା ସଂକ୍ରମଣ ନିୟମନ୍ତ୍ରକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୪୪୫କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୦ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ପୁରୀରୁ ୧୧, ଅନୁଗୁଳରୁ ୮, ମୟୂରଭଞ୍ଜରୁ ୭, କେନ୍ଦୁଝରରୁ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ନୂଆପଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।