ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଦୀର୍ଘଦିନ ଧରି ତାଙ୍କୁ ଥଣ୍ଡା ହୋଇଥିଲା। ଯେଉଁ କାରଣରୁ ସେ ଅସୁସ୍ଥ ଅନୁଭବ କରିଥିଲେ। ଯାହା ପରେ ସେ ନିଜର କୋଭିଡ୍-୧୯ ପରୀକ୍ଷା କରାଇଥିଲେ। ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିଲା। ଏ ନେଇ ସେ ବାଲେଶ୍ଵର ଚିକିତ୍ସା ଅଧିକାରୀ ଜଣାଇ ଥିଲେ। ତେବେ ତାଙ୍କର ଉତ୍ତମ ଚିକିତ୍ସା ପାଇଁ ଆଜି ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଏମ୍ସ ସ୍ଥାନାନ୍ତର କରାଯାଇଛି। ତାଙ୍କର ଶୁଭେଛୁ ଓ ଦଳୀୟ କର୍ମୀମାନେ ସୁସ୍ଥ ନିରାମୟ ଜୀବନ କାମନା କରିଛନ୍ତି।

କରୋନାରେ ଆକ୍ରାନ୍ତ ହେବା ନେଇ ଖୋଦ୍ ନେଇ ପ୍ରତାପ ଷଡଙ୍ଗୀ ଟ୍ୱିଟ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟ କରି ଲେଖିଛନ୍ତି, ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି। ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଛି। ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜକୁ ସଂଗରୋଧରେ ରଖନ୍ତୁ ବୋଲି ମୁଁ ଅନୁରୋଧ କରୁଛି।