ରାଜ୍ୟରେ ଆଉ ଏକ ଲଘୁଚାପ: ୧୯ ରୁ ୨୧ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର (ଏସ ନ୍ୟୁଜ ) ବଙ୍ଗୋପସାଗରରେ ୧୯ରେ ଆଉ ଏକ ଲଘୁଚାପ। ୨୦ତାରିଖ ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୧୯ରୁ ୨୧ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଅକ୍ଟୋବର ୧୯ରୁ ୨୦ ତାରିଖ ମଧ୍ୟରେ ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୫ଟି ଜିଲ୍ଲା ମଧ୍ୟରେ ରହିଛି –ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି । ସେହିପରି ଅକ୍ଟୋବର ୨୦ରୁ ୨୧ ତାରିଖ ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ ଓ ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଅକ୍ଟୋବର ୨୦ରୁ ୨୧ ତାରିଖ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଅକ୍ଟୋବର ୨୧ରୁ ୨୨ ତାରିଖ ମଧ୍ୟରେ ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୯ଟି ଜିଲ୍ଲା ମଧ୍ୟରେ ରହିଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ ଭଦ୍ରକ ।

ଅନ୍ୟପଟେ ସମ୍ଭାବ୍ୟ ଲଗୁଚାପର ଅକଳନକୁ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି ପ୍ରଦୀପ ଜେନା। ୧୯ରୁ ୨୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ଯୋଗୁଁ ଦକ୍ଷିଣ ଓଡିଶାର ନଦୀ ନାଳର ଜଳସ୍ତର ବଢିପାରେ । ପାଣି ମାଡିବା, ଭୂସ୍ଖଳନ ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ସମସ୍ତ ସ୍ଥିତିର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି ।