୨୪ ଘଣ୍ଟାରେ ଦେଶରେ ରେକର୍ଡସଂଖ୍ୟକ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୫,୦୪୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୦୨୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୫୬,୧୬,୧୩୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨,୦୨୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୮୨,୫୫୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୬୭,୪୫୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୩୨,୭୬,୦୩୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୫୭,୫୩୮।