୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭,୨୫୪ ନୂଆ କୋଭିଡ୍‌ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୭ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭,୨୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୧୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୨,୬୪,୧୭୫ ଓ ମୃତ୍ୟୁସଂଖ୍ୟା ୪,୪୨,୮୭୪ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୬୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୪,୪୭,୦୩୨ରେ ପହଞ୍ଚିଛି।