୨୪ ଘଣ୍ଟାରେ ଦେଶରେ ୭୨,୩୩୦ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ ୭୨,୩୩୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୫୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୨,୨୧,୬୬୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୫୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୨,୯୨୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୦,୩୮୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୪,୩୪,୩୦୧ ଏବଂ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୮୪,୦୫୫।