ଗତ ୨୪ଘଣ୍ଟାରେ ଦେଶରେ୧,୬୧,୭୩୬ଜଣ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ମିଟର। ଦେଶରେ ପ୍ରତିଦିନ ୧ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୧,୭୩୬ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ୮୭୯ଜଣ ମୃତ୍ୟୁବରଣ କରିଛନ୍ତି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୬,୮୯,୪୫୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮୭୯ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୭୧,୦୫୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୭୧୬୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୨୨,୫୩, ୬୯୭। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨,୬୪,୬୯୮।