ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୯ ଜଣ ସଙ୍ଗରୋଧ କେନ୍ଦ୍ର ଏବଂ ସ୍ଥାନୀୟ ସଂକ୍ରମଣରୁ ୫୧ ଜଣ କରୋନା ଅାକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରେ ୨୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥବା ଥିବା ଜଣାଯାଇଛି। ଆଜି ସମ୍ବଲପୁର ଜିଲାରୁ ସର୍ବାଧିକ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ମୋଟ ୧୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମ୍ବଲପୁର ୨୬, ଅନୁଗୁଳ ୧୩, ବାଲେଶ୍ୱର ୧୫, ବଲାଙ୍ଗୀର ୨, କଟକ ୧, ଦେବଗଡ଼ ୧, ଗଜପତି ୧୫, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୯, ଝାରସୁଗୁଡ଼ା ୧୨, ଖୋର୍ଦ୍ଧା ୧୦, କୋରାପୁଟ ୪, ମୟୁରଭଞ୍ଜ ୫, ନବରଙ୍ଗପୁର ୪, ନୂଆପଡ଼ା ୨ ଜଣ, ପୁରୀରୁ ୧ ଜଣ, ରାୟଗଡ଼ା ୨ ଜଣ, ସମ୍ୱଲପୁର ୨୩, ସୁନ୍ଦରଗଡ଼ ୪ ଓ ଷ୍ଟେଟ ପୁଲ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ମୋଟ ୧୨, ୮୬, ୦୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୨, ୭୫, ୫୪୨ ଜଣ ସୁସ୍ଥ ହୋଇଛନ୍ତି।