ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୫ଜଣ…

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨ଜଣ ରହିଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨ଜଣ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ଆଜିର ଏହି ସମସ୍ତ ଆକ୍ରାନ୍ତ ରାଜ୍ୟର ୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଏବଂ ୨୫ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ । ଗଞ୍ଜାମ ଓ ସମ୍ବଲପୁରୁ ୨ଜଣ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ, ଖୋର୍ଦ୍ଧା ଓ ବାଲେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ରାଜ୍ୟରେ ଗୋଟିଏ ଦିନରେ କରୋନାରୁ ୧୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।