ଜୀବନ ଯୁଦ୍ଧରେ ହାରିଗଲା କାଳିଆ,ସରିଲା ଶେଷକୃତ୍ୟ-shaksi news

ଭୁବନେଶ୍ବର( ଏସ୍ ନ୍ୟୁଜ ): ଜୀବନ ଯୁଦ୍ଧରେ ହାରିଗଲା କାଳିଆ। ଜାଗାକୁ ଛାଡ଼ି ଚାଲିଗଲା ଆରପାରିକୁ । କନ୍ଧମାଳର ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଅଲଗା କରାଯିବାର ଦୀର୍ଘ ୩ ବର୍ଷ ପରେ ଜଗାକୁ ଛାଡ଼ି ଆରପାରିକି ଚାଲିଯାଇଥିବା କାଳିଆର ଆଜି ଶେଷକୃତ୍ୟ ସଂପନ୍ନ ହୋଇଛି । କନ୍ଧମାଳ ଫିରିଙ୍ଗିଆ ବ୍ଲକ ମିଲୁପଡାରେ ପରିବାର ବର୍ଗଙ୍କ ସମେତ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିଡିଓଙ୍କ ଉପସ୍ଥିତିରେ ତାର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ଜଗା-କାଳିଆଙ୍କର ଅପରେସନ ହୋଇଥିଲା ଏବଂ ଦୁହେଁ ଦିଲ୍ଲୀରୁ ଫେରିବା ପରେ ସୁସ୍ଥ ଥିଲେ । କିନ୍ତୁ ଜଗା ବଂଚିଥିବା ବେଳେ କାଳିଆ ତାକୁ ଛାଡି ଚାଲିଯାଇଛି । ଏଥିପାଇଁ ଆମେ ବେଶ ଦୁଃଖିତ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି ।

ସେପେଟ କାଳିଆର ମୃତ୍ୟୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ କରି ଡାକ୍ତରମାନଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତ୍ୱେ କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାରକୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ । ଅସମୟରେ ଝଡି ପଡିଥିବା କାଳିଆର ଅମର ଆତ୍ମାର ସଦଗତି କାମନା ସହ ଏହି କଠିନ ସମୟରେ ଜଗାର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଭଗବାନଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।

ତେବେ କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ୯ଟା ୧୦ ମିନଟରେ କାଳିଆର ମୃତ୍ୟୁ ହୋଇଥିବା ନେଇ SCBର ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣାଙ୍କ ସୂଚନା ଦେଇଥିଲେ। ଗତ ସପ୍ତାହେ ଧରି କାଳିଆର ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା । ସେ ସେପଟିସେମିଆରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲା।

ସୂଚନାଥାଉକି , ଜଗା କଟକ ବଡମେଡିକାଲରେ ଚିକିତ୍ସାଧୀନ ଥିବା ଜଣାଯାଇଛି।