ପ୍ରବଳ ବର୍ଷା ରେ ହେବ ଲଘୁଚାପ

ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା...

ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା…

ଆସନ୍ତା ଦିନକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ରାଜ୍ୟରେ ବଡ଼ ବର୍ଷା ଆଣିପାରେ ବୋଲି ପାଣିପାଗ ବିଶେଷଜ୍ଞ ଜଣାଇଛନ୍ତି । ବର୍ତ୍ତମାନ ପରିସ୍ଥିତିରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବର ଅଛି । ସେହିପରି, ଭୁବନେଶ୍ବର ,କଟକ, ବାଲେଶ୍ବର, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଖୋରଧା ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।

ରାଜଧାନୀରେ ସର୍ବାଧିକ ୧୦୭.୯ମି.ମି ବର୍ଷା ହୋଇଥିବା ବେଳେ ଯାଜପୁର ଜିଲାର ଜେନାପୁରରେ ୧୦୬.୮ ଏବଂ କେନ୍ଦ୍ରାପଡା ଜିଲାର ପଟାମୁଣ୍ଡାଇରେ ୧୦୦ମି.ମି. ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ଅଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟାନ୍ୟ ଜିଲାଗୁଡିକୁ ବିଜୁଳି ଘଡଘଡି ସହିତ ବର୍ଷା ନେଇ ସତର୍କତା ଜାରି ହୋଇଛି।

ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୮ କିମ୍ବା ୯ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଠାରେ ପ୍ରଭାବରେ ଉପକୂଳବର୍ତ୍ତୀ ଜିଲା ଏବଂ ଉପକୂଳବର୍ତ୍ତୀ ଜିଲାକୁ ଲାଗି ରହିଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ବିଶେଷକରି, ୧୩ରୁ ୧୬ତାରିଖ ମଧ୍ୟରେ ଭାରୀବର୍ଷାର ସମ୍ଭାବନା ରହିଛି।