ଗତ ୨୪ଘଣ୍ଟାରେ ଦେଶରେ ୫୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦୈନିକ ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଇଛି । ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୪ଜଣଙ୍କ ମୃତ୍ୟୁ ହୋଇଛି । ପୂର୍ବ ଦିନ ତୁଳନାରେ ଆଜି ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ପାଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟାକ ୩୫୪ ଜଣଙ୍କ ମୃତ୍ୟୁ ଘଟିଛି । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩ ହଜାର ୪୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୧ ଲକ୍ଷ ୪୯ ହଜାର ୩୩୫ରେ ପହଞ୍ଚିଛି। ସେହିପରି ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୨ ହଜାର ୪୬୮ରେ ପହଞ୍ଚିଛି।