ଖିରେଇଟାଙ୍ଗିରି ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ମିଳିଲା ଭତ୍ତା

କେନ୍ଦୁଝର(ସାକ୍‌ସୀ ନ୍ୟୁଜ୍‌): ପାଟଣା ବ୍ଲକ ର ଖିରେଇଟାଙ୍ଗିରି ପଞ୍ଚାୟତରେ ଆଜି ୧୧୩ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି। ପଞ୍ଚାୟତ ପରିସରରେ ସରପଞ୍ଚ ସଞ୍ଜୁଲତା ନାଏକଙ୍କ ତତ୍ତ୍ୱାବଧାନରେ ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ମୁଖ୍ୟଅତିଥି ଭାବେ ବିଜେପିର ବରିଷ୍ଠ ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ “ରାଧାକାନ୍ତ ମହାନ୍ତ “ଯୋଗଦେଇ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ମୋଟ ୧୧୩ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା ।

ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନା ଅଧୀନରେ ବୃଦ୍ଧବୃଦ୍ଧା, ବିଧବା ଓ ଦିବ୍ୟାଙ୍ଗଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିବାରୁ ଏହା ସେମାନଙ୍କ ଦୈନନ୍ଦିନ ଜୀବନରେ ସହାୟକ ହେଉଛି। ଭତ୍ତା ପାଇବା ପରେ ହିତାଧିକାରୀମାନେ ଖୁସି ପ୍ରକାଶ କରିବା ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇ ଛନ୍ତି। ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅକ୍ଷୟ କୁମାର ସାହୁ ଓ ଏଡିଓ ପୁରୁଷୋତ୍ତମ ମହାନ୍ତ ପ୍ରମୁଖ ଉପସ୍ଥିତ ରହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। କେନ୍ଦୁଝରରୁ ଦିନବନ୍ଧୁ ମିଶ୍ରଙ୍କ ରିପୋର୍ଟ ।