ପରଲୋକରେ ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତି

ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ୮୫ ବର୍ଷ ବୟସରେ ପରଲୋକ

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ୧୯୩୬ ମସିହା ନଭେମ୍ବର ୧୧ ତାରିଖରେ ଜନ୍ମଗ୍ରହଣ କରିଥିବା ବୀଣାପାଣି ମହାନ୍ତି ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟକରି ସେଥିରୁ ଅବସର ନେଇଥିଲେ । ତେବେ ପରଲୋକରେ ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତି । ଗତ କାଲି ରବିବାର ତା ୨୪-୦୪-୨୦୨୨, ୮୫ ବର୍ଷ ବୟସରେ ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କର ପରଲୋକ ହୋଇଯାଇଛି । ତେବେ ଜଣେ ଓଡିଆ ଗାଳ୍ପିକା ଭାବେ ସେ ବେଶ ପରିଚିତ ଥିଲେ ।

ଓଡିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ସ୍ୱର୍ଗତ ବୀଣାପାଣି ମହାନ୍ତି । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ପାଇଁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲ । ଖାଲି ସେତିକି ନୁହେଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ । ସେ ଓଡିଶା ଲେଖିକା ସଂସଦର ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ।