ନାସିକ- ଶିରଡି ରାଜପଥରେ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ

ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି….

ଭୁବେନେଶ୍ଵର, ପିଆଇବି : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାସିକ- ଶିରଡି ରାଜପଥରେ ଏକ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ନାସିକ-ଶିରଡି ରାଜପଥରେ ସଡକ ଦୁର୍ଘଟଣାଜନିତ ପ୍ରାଣହାନୀ ଘଟଣା ବେଶ ଦୁଃଖଦାୟକ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ମୋଦୀ”