ରାଜ୍ୟରେ ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ୩୦ ତାରିଖ ପର୍ୟ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ୧୨ ଜିଲ୍ଲା ହେଉଛି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ କଟକ ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଜଣାପଡିଛି ।