ସୁନୀତି ମୁଣ୍ଡ ହେଲେ ବିଜେପି ମେୟର ପ୍ରାର୍ଥୀ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମର ବିଜେପିର ମେୟର ପ୍ରାର୍ଥୀ ଭାବେ ଡା. ସୁନୀତି ମୁଣ୍ଡଙ୍କୁ ଚୟନ କରାଯାଇଛି । ଏନେଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ, ବିଜେପି ପୂର୍ବରୁ କଂଗ୍ରେସ ଓ ବିଜେଡି ମେୟର ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି । ବିଜେଡି ସୁଲୋଚନା ଦାସଙ୍କୁ ପ୍ରାର୍ଥୀ କରିଥିବାବେଳେ କଂଗ୍ରେସ ମଧୁସ୍ମିତା ଆଚାର୍ଯ୍ୟଙ୍କ ନାମରେ ମୋହର ଲଗାଇଛି । ସେହିପରି ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ଜାରି ରହିଛି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନରେ ଏହି ଘୋଷଣା କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ।