ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚିଠିରେ ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବରୀନ ପଟ୍ଟନାୟକ ନିଜ ଦାବି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୟୁକ୍ରେନ ଫେରନ୍ତା ସଙ୍କଟ ଯୋଗୁଁ ବହୁ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ବ୍ୟାଘାତ ହୋଇଛି । ଏହି ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ପ୍ରଦାନ କରାଯିବା ସହ ଦେଶର ମେଡ଼ିକାଲ କଲେଜରେ ସେମାନଙ୍କ ପାଠପଢ଼ା ବ୍ୟବସ୍ଥା କରାଯାଉ ବୋଲି ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି ।

ସୂଚନାଯୋଗ୍ୟ ଯେ, ୟୁକ୍ରେନ ଉପରେ ରୁଷର ଆକ୍ରମଣ ଯୁଦ୍ଧ ବିଭୀଷିକା ମଧ୍ୟରେ ସେଠାରେ ଫସିଥିବା ଭାରତୀୟ ତଥା ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ କରଛନ୍ତି ଭାରତ ସରକାର । ଏହାରି ମଧ୍ୟରେ ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । କ୍ୟାରିଅର ଅଧାରୁ ଫେରିଥିବା ଛାତ୍ରଛାତ୍ରୀଙ୍କୁ ଅଧ୍ୟୟନ ବ୍ୟବସ୍ଥା ପ୍ରସ୍ତାବ ଉପରେ କହିିଛନ୍ତି ନବୀନ ।