ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ୨୮ରୁ ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,(ଏସ୍ ନ୍ୟୁଜ): ଉତ୍ତର ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଆଡ଼କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ସମ୍ଭାବନା ରହିଛି । ଏହାବାଦ ଆସନ୍ତା କାଲିଠୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି| ଏହି ସମୟରେ ସମୁଦ୍ରରେ ୪୦ରୁ ୫୦ କି.ମି ବେଗରେ ପବନ ବୋହିବ। ତେଣୁ  ସମୁଦ୍ରକୁ ଯିବା ବେଳେ ସତର୍କତା ଅବଲମ୍ବନ କରିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ଅର୍ଥାତ ବୁଧବାର ଓ ଗୁରୁବାର ପାଇଁ ମଧ୍ୟ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ  ।