ଜାନୁୟାରୀ ୧୬ରୁ ଦେଶରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଟିକାକରଣ ।

ନୂଆଦିଲ୍ଲୀ(ଏସ୍ ନ୍ୟୁଜ): ଆସନ୍ତା ୧୬ ଜାନୁୟାରୀ ୨୦୨୧ ତାରିଖରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ । ଦେଶର ସ୍ବାସ୍ଥ୍ୟ କର୍ମୀ ଏବଂ ଆଗଧାଡିର ଯୋଦ୍ଧାମାନଙ୍କୁ ସର୍ବପ୍ରଥମେ ଏହି ଟିକା ଦିଆଯିବ । ଦେଶରେ ପ୍ରାୟ ୩ କୋଟି ସ୍ବାସ୍ଥ୍ୟକର୍ମୀ ଓ ୫୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତିଙ୍କୁ ପ୍ରଥମ ପର୍ଯ୍ୟାୟରେ ଟିକା ଦିଆଯିବ ନେଇ ସାରା ଦେଶରେ ପ୍ରସ୍ତୁତି ହୋଇସାରିଛି । ପ୍ରଥମ ପର୍ଯ୍ୟାୟରେ ଦେଶରେ ପ୍ରାୟ ୩୦ କୋଟି ଲୋକଙ୍କୁ ଟିକା ଦିଆଯିବ । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ରାଜ୍ୟମାନଙ୍କ ସହିତ ଆଲୋଚନା ହେବା ସହ ଟିକାକରଣ କେନ୍ଦ୍ର ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ସରିଛି ।