ଜାରି ରହିଛି ଗ୍ରୀଷ୍ମ ପ୍ରବାହ ,ବୌଦ୍ଧ ଜିଲ୍ଲାର ସର୍ବାଧିକ ତାପମାତ୍ରା ୪୪.୫ ଡିଗ୍ରୀ ସେଲସିୟସ

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି । ମଙ୍ଗଳବାର ବୌଦ୍ଧ ସବୁଠାରୁ….

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି । ମଙ୍ଗଳବାର ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର ରହିଛି । ବୌଦ୍ଧ ଜିଲ୍ଲାର ସର୍ବାଧିକ ତାପମାତ୍ରା ୪୪.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ରାଜ୍ୟର ୨୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ୧୪ଟି ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଛି ।

ସେହିପରି ୪୩ ଡିଗ୍ରୀ ଉପରେ ୯ଟି ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ୱରର ତାପମାତ୍ରା ୩୯.୬ ଡିଗ୍ରୀ ସେଲସିୟସ ରହିଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟକୁ ୨୭ ତାରିଖରୁ ମେ ୨ ତାରିଖ ପର୍ଯ୍ୟନ୍ତ ବନ୍ଦ କରି ଦେଇଛନ୍ତି । ଅପରପକ୍ଷରେ ରାଜ୍ୟରେ ଏହି ଗ୍ରୀଷ୍ମପ୍ରବାହ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଇଏମଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।