ମୁଖ୍ୟମନ୍ତ୍ରୀଙ୍କ ସୁପାରିସକୁ ଗ୍ରହଣ କଲେ ଲୋକାୟୁକ୍ତ-shaksi news

ଭୁବନେଶ୍ୱର( ଏସ୍ ନ୍ୟୁଜ ): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ତଦନ୍ତ ଲାଗି ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ। ଆସନ୍ତା ଫେବୃୟାରୀ ୧୨ ସୁଦ୍ଧା ରିପୋର୍ଟ ଦେବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗତ ୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସକୁ ଗ୍ରହଣ କରି ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ।

ତେବେ ଟାଟାରେ ଚାକିରି କରାଇଦେବା ନାଁରେ ଆକାଶ ପାଠକ ଓ ତାଙ୍କ ପ୍ରଦୀପ ପାଣିଗ୍ରାହୀ ଶିକ୍ଷିତ ଯୁବକଙ୍କୁ ଠକିଛନ୍ତି। ଏହି ଘଟଣା ପଦାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ପ୍ରଦୀପଙ୍କୁ ଦଳରୁ ବହିଷ୍କାର କରିଥିଲେ। ପରେ କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ତାଙ୍କ ସରକାରୀ ଆବାସରୁ ଉଠାଇ ନେଇଥିଲା। ଏବେ ପ୍ରଦୀପ ପାଣିଗ୍ରାହୀ ଜେଲ୍‌ରେ ଅଛନ୍ତି।