ସିଙ୍ଗାପୁରର ମହାମହିମ ରାଷ୍ଟ୍ରପତି ମିଷ୍ଟର୍ ଥର୍ମନ୍ ସନ୍ମୁଗରତ୍ନମଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ବିମାନ ବନ୍ଦରଠାରେ ସ୍ୱାଗତ କରିଛନ୍ତି। ତାଙ୍କର ଏହି ଗସ୍ତ ସମୟରେ ସିଙ୍ଗାପୁର ସରକାରଙ୍କ ସହିତ ଓଡ଼ିଶା ସରକାରଙ୍କ ଅନେକ ଗୁଡ଼ିଏ ଏମ୍ଓୟୁ ସ୍ୱାକ୍ଷରିତ ହୋଇଛି । ଏହାଦ୍ୱାରା ଓଡ଼ିଶାରେ ପୁଞ୍ଜି ନିବେଶ ହେବା ସହ ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍ସ, ସବୁଜ ଶକ୍ତି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଧିକ ସହଯୋଗର ସମ୍ଭାବନା ସୃଷ୍ଟି ହେବ ।ଯାହାକି ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ହାସଲ କରିବାରେ ବେଶ୍ ସହାୟକ ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି।