ଜାପାନରେ ଆଜି ଅନୁଷ୍ଠିତ ଓଡ଼ିଶା ବିଜନେସ୍ ମିଟ୍

ଜାପାନ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ …

ନୂଆଦିଲ୍ଲୀ: ଜାପାନ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାରି ଭିତରେ ଜାପାନ ଟୋକିଓରେ ଆଜି ଅନୁଷ୍ଠିତ ହେବ ଓଡ଼ିଶା ବିଜନେସ୍ ମିଟ୍ । ପ୍ରାୟ ୨୦୦ ଶିଳ୍ପପତିଙ୍କୁ ଭେଟି ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମ୍ମିଳନୀକୁ ନିଜେ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଜାପାନର ବଡ ବଡ ଉଦ୍ୟୋଗୀ ଓ ପୁଞ୍ଜିପତିଙ୍କୁ ସିଧାସଳଖ ଭେଟିବା ସହ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରିବେ । ରାଜ୍ୟରେ ସର୍ବବୃହତ ଅତ୍ୟାଧୁନିକ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ । ୩୦ ନିୟୁତ ଟନର ଏହି ମେଗା ଗ୍ରୀନ୍ ଫିଲ୍ଡ ଗଢିବ ଜାପାନ ଷ୍ଟିଲ ।

ଟୋକିଓରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ନିପନ ଷ୍ଟିଲ କର୍ପୋରେସନର ସଭାପତି ଏନେଇ ଘୋଷଣା କରିଛନ୍ତି । ପ୍ରସ୍ତାବିତ ପ୍ରକଳ୍ପରେ ୧ ଲକ୍ଷ କୋଟି ଟଙ୍କା ନିବେଶ ହେବ ବୋଲି ଅନୁମାନ କରାଯାଉଛି । ଉଲ୍ଲେଖଯୋଗ୍ୟ ଯେ ଆର୍ସେଲର ମିତ୍ତଲ ସହିତ ଯୌଥ ଉଦ୍ୟୋଗରେ ସ୍ଥାପନ ହୋଇଥିବା ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍ କେନ୍ଦ୍ରାପଡ଼ା ଜିଲ୍ଲାରେ ଏକ ବାର୍ଷିକ ୧୨ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ସମନ୍ବିତ ଇସ୍ପାତ କାରଖାନା ସ୍ଥାପନ କରିବାକୁ ଯୋଜନା ରଖିଛି ।