ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୧୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ….

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୧,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ରୁ ଅଧିକ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୧୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୧୧୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୯୧,୯୮୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୨୯କୁ ବୃଦ୍ଧି ପାଇଛି।