ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୫୮ ନୂଆ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ….

ନୂଆଦିଲ୍ଲୀ: ଗତକାଲି ଅପେକ୍ଷା ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩୦% ଅଧିକ ହୋଇ ୧୦,୦୦୦ ଅତିକ୍ରମ କରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୦୦୦ ନିକଟବର୍ତ୍ତୀ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୧୫୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୮୬,୧୬୦ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୧୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୦୩୫କୁ ବୃଦ୍ଧି ପାଇଛି।