ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୪ କରୋନା ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇ ୧୦୦ରୁ ସାମାନ୍ୟ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ପୁଣି କିଛି ହ୍ରାସ ପାଇ ୨୨୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୧,୦୪୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୌଣସି କୋଭିଡ୍-୧୯ଜନିତ ଜଣକ ମୃତ୍ୟୁ ରେକର୍ଡ କରାଯାଇ ଥିବାରୁ ମୃତ୍ୟୁସଂଖ୍ୟା ୫,୩୦,୭୨୬ରେ ଅପରିବର୍ତ୍ତିତ ରହିଛି।