ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୬୯୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି…

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୨,୦୦୦ ତଳକୁ ଖସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୬,୦୦୦ରୁ ଅଧିକ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୬୯୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୧,୬୯୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୬୯,୬୮୪ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨୮ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୨୫୮କୁ ବୃଦ୍ଧି ପାଇଛି।