ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩୫ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୪,୫୦୨ କୋଟିରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ୧ଟି କୋଭିଡ୍-୧୯ଜନିତ ମୃତ୍ୟୁ ରେକର୍ଡ କରାଯିବା ପରେ ମୃତ୍ୟୁସଂଖ୍ୟା ୫,୩୦,୭୫୧ ହୋଇଥିବା ରେକର୍ଡ କରାଯାଇଛି।