ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୦୫ କରୋନା ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୮୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୦୦ରୁ ଯଥେଷ୍ଟ ଅଧିକ ହୋଇଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୦୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।  ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୮୦୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୫,୯୫୨ରେ ପହଞ୍ଚିଛି।