ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ସଙ୍ଗରୋଧରୁ ୧୨୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୮ଜଣ ରହିଛନ୍ତି…..

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୨୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୨୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୮ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୬ଜଣ ପଜିଟିଭ୍ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୪୨୧ ରହିଛି । ଗୋଟିଏ ଦିନରେ କରୋନାରୁ ୨୦୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୩ ଜିଲ୍ଲା ଓ ଷ୍ଟେଟପୁଲରୁ ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।