ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୨୩୧ କରୋନା ଆକ୍ରାନ୍ତ ଚିହ୍ନଟ

ସଙ୍ଗରୋଧରୁ ୧୩୬ଜଣ ସଂକ୍ରମିତ ଚିହ୍ନଟ…..

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ଦୈନିକ ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ପ୍ରତ୍ୟେକ ଦିନ ରାଜ୍ୟରୁ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୩୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୯୫ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୭ଜଣ ପଜିଟିଭ୍‌ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ମାମଲା ୧୫୮୭ ରହିଛି । ଗୋଟିଏ ଦିନରେ କରୋନାରୁ ୩୭୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।