ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୦୧୬ କରୋନା ସଂକ୍ରମଣ ଚିହ୍ନଟ

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି…

ନୂଆଦିଲ୍ଲୀ: ଗତକାଲି ଅପେକ୍ଷା ୪୦% ବୃଦ୍ଧି ପାଇ ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩,୦୦୦ ଅତିକ୍ରମ କରିଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୫୦୦ରୁ ଅଧିକ ହୋଇଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୦୧୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୦୧୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୧୨,୬୯୨ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୧୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୬୨କୁ ବୃଦ୍ଧି ପାଇଛି।