ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୧୧ ନୂତନ ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲେ ବି ୪,୦୦୦ ତଳେ ରହିଛି। କିନ୍ତୁ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୪,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୬୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୬୧୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୬୪,୨୮୯ରେ ପହଞ୍ଚିଛି।