ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୩,୮୦୫ କୋରାନ ଆକ୍ରାନ୍ତ ଚିହ୍ନଟ

ନୂତନ ସଂକ୍ରମଣ ଓ ୨୬ ମୃତ୍ୟୁ ରେକର୍ଡ କରାଯାଇଛି….

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୪ ହଜାର ତଳକୁ ଆସିଯାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪୦ ହଜାର ତଳେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୮୦୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୮୦୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୯୧,୧୧୨ରେ ପହଞ୍ଚିଛି।