ନୂଆଦିଲ୍ଲୀ: ଦୀର୍ଘ ୬ ମାସ ପରେ ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୩,୮୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୦୦୦ ଟପି ଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୮୨୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୮୨୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୨୨,୬୦୫ରେ ପହଞ୍ଚିଛି।