ଦିନକରେ ଚିହ୍ନଟ ହେଲେ ୪୪୩୫ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ପୁଣି ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ । ୪ ହଜାର ଟପିଲା ଦୈନିକ ସଂକ୍ରମଣ । ଦେଶରେ ୨୪ ଘଣ୍ଟାରେ ୪ ହଜାର ୪୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣ ସଂକ୍ରମିତଙ୍କ ଜୀବନ ଯାଇଛି । ତେବେ ୬ ମାସ ମଧ୍ୟରେ ସର୍ବାଧିକ ଦୈନିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ଟପିଯାଇଛି ।