ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୪,୭୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଲଗାତର କିଛି ଦିନ ହେବ ୫ ହଜାର ତଳେ କରୋନା ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି…..

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ କିଛି ଦିନ ହେବ ୫ ହଜାର ତଳେ କରୋନା ମାମଲା ଚିହ୍ନଟ ହେଉଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ଆଉ ୪ହଜାର ୭୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ, ଲଗାତର କିଛି ଦିନ ହେବ ୫ ହଜାର ତଳେ କରୋନା ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିପରି ଗୋଟିଏ ଦିନରେ ଆଉ ୫,୧୯୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ବର୍ତ୍ତମାନ ୪୩,୯୯୪ ରହିଛି ।